Advertisement
Article Detail0/zeeodisha/odisha2282471
Zee OdishaWeatherWeather Report: ଆଜି ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି...

Weather Report: ଆଜି ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି...

Weather Report: ପ୍ର‌ଥମେ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିବ।ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ଓଡ଼ିଶା ଛୁଇଁବାକୁ ଯାଉଛି ମୌସୁମୀ। ଏ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି ରାଜ୍ୟର ୨୧ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Weather Report: ଆଜି ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି...

Weather Report: ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ପ୍ର‌ଥମେ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିବ।ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ଓଡ଼ିଶା ଛୁଇଁବାକୁ ଯାଉଛି ମୌସୁମୀ। ଏ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି ରାଜ୍ୟର ୨୧ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୌନପୁରରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ,କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ଜୁନ୍‌ ୮ରୁ ୧୦ ମଧ୍ୟରେ କେତେକ ସ୍ଥାନରେ ଦିନର ତାପମାତ୍ରା ବଢ଼ିବ। ବରଗଡ଼, ବଲାଙ୍ଗୀର, ନୂଆପଡ଼ାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଆଗାମୀ ୫ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ଗରମ ସହ ଗୁଳୁଗୁଳି ଲାଗିରହିବ ବୋଲି ସେ ଆକଳନ କରିଛନ୍ତି।

About the Author