Weather Report: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି। ବଙ୍ଗୋପସାଗର (Bay of Bengal) ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଏକ ଲଘୁଚାପ(Low Pressure) ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ବିଶେଷ କରି ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ପ୍ରବଳ ମାତ୍ରାରେ ବର୍ଷା ଲାଗି ରହିଛି।


COMMERCIAL BREAK
SCROLL TO CONTINUE READING

ବର୍ଷାକୁ ଆଖି ଆଗରେ ରଖି ତିନି ଘଣ୍ଟା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଆଜି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ତରଫରୁ ପୂର୍ବାନୁମାନ କରାଯାଇଥିବା ବେଳେ ଅପରାହ୍ଣରେ କଳାହାଣ୍ଡିଆ ମେଘ ସହ ପବନ ବହିବାରେ ଲାଗିଛି।


ସେପଟେ ଲଘୁଚାପ ପ୍ରଭାବରେ  ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ସେହିପରି ୨୫ ତାରିଖରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାରୁ ସମ୍ଭାବନା ରହିଛି। ୨୬ ତାରିଖରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।