Weather Report: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଯୋଗୁ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ୪୫ଡ଼ିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଲଗାତାର ୧୭ ଦିନ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରବାହରେ କଲବଲ ହୋଇଗଲେଣି ଲୋକେ। ତେବେ ଏହାରି ମଧ୍ୟରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତ କରିଛି।
ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଉପକୂଳ ଓଡ଼ିଶା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ କ୍ରମାଗତ ଭାବେ ପ୍ରବେଶ କରୁଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଦେଖିବାକୁ ମିଳିଛି। ତେବେ ଶୁକ୍ରବାର ଅର୍ଥାତ ଆଜିଠାରୁ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। 



COMMERCIAL BREAK
SCROLL TO CONTINUE READING

ଆଜି ରାଜ୍ୟର ୧୯ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବା ନେଇ ସୂଚନା ମିଳିଛି। ନବରଙ୍ଗପୁର, କୋରାପୁଟ, କଳାହାଣଅଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ,ନୟାଗଡ଼,ପୁରୀ, ଖୋର୍ଦ୍ଧା, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଢେଙ୍କାନାଳ ଓ କେନ୍ଦୁଝର ଆଦି ୧୯ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଏହି ସବୁ ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ।
ତେବେ ଦୁଇ ଦିନ ପରେ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହର ହ୍ରାସ ପାଇବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର କେ‌ତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହୋଇପାରେ ମାତ୍ର ଏହାର ପ୍ରଭାବ ୬ ତାରିଖ ବେଳକୁ କମିବା ନେଇ ବିଭାଗ କହିଛି। ଏଥି ସହ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରିବା କାରଣରୁ ତାପମାତ୍ରାରେ ଆହୁରି ୩ରୁ ୫ ଡିଗ୍ରି ହ୍ରାସ ଦେକିବାକୁ ମିଳିବ।