Weather Report: ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେଇଛି। ଲଘୁଚାପ ପ୍ରଭାବରେ ଦକ୍ଷୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ରାଜ୍ୟର ୯ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆଜି ନବରଙ୍ଗପୁର, କୋରାପୁଟ୍ ଓ ମାଲକାନାଗିରି ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
 



COMMERCIAL BREAK
SCROLL TO CONTINUE READING

ଏହି ସ୍ଥାନମାନଙ୍କରେ ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଭଳି ଆଉ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ‌ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଦାରିଙ୍ଗିବାଡ଼ିରେ ସର୍ବାଧିକ ୧୭ ମିମି ବର୍ଷା ରେକର୍ଡ କରାଯାଇଛି। ଏ ନେଇ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସତର୍କତା ପରେ ସଂପୃକତ୍ ଜିଲ୍ଲାର ଜିଲ୍ଲାପାଳଙ୍କୁ  ଚିଠି ଲେଖିଛନ୍ତି ଏସଆରସି। ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସମୁଦ୍ର ଅଶାନ୍ତ ଥିବା ଗଭୀର ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜିବୀଙ୍କୁ ବାରଣ କରାଯାଇଛି।