Weather Update: ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାରର ଦକ୍ଷିଣ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ଆଜି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୪ରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। 


COMMERCIAL BREAK
SCROLL TO CONTINUE READING

 



ସେହିପରି ୨୫ ତାରିଖରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାରୁ ସମ୍ଭାବନା ରହିଛି। ୨୬ ତାରିଖରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ବୌଦ୍ଧରେ ସର୍ବାଧିକ ୬୪.୪ ମିଲିମିଟର ବର୍ଷା ହୋଇଛି। ଭୁବନେଶ୍ୱରରେ ୧୫.୨ ଓ ନୂଆପଡ଼ାରେ ୧୪.୪ ମିଲିମିଟର ବର୍ଷା ହୋଇଛି।  


ସେହିପରି ଆଜି ୨୩ ତାରିଖ ସୋମବାର ଦିନ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ସହିତ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡିଦେଲେ ଅନ୍ୟ ଜିଲ୍ଲାକୁ ପୀତ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ୨୪ ତାରିଖ ମଙ୍ଗଳବାର ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ ସହିତ ଦକ୍ଷିଣ ଓଡିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପାଇଁ ପୀତ ସତର୍କତା ଜାରି କରାଯାଇଛି।