Weather Report: ସ୍ବାଭାବିକ ସ୍ଥିତିକୁ ଫେରୁଛି ମୌସୁମୀ। ଲଘୁଚାପ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ଠାରୁ ବହୁ ଅଧିକ ବର୍ଷା ହୋଇଥିବା ବେଳେ କୋରାପୁଟ(Koraput), ନୂଆପଡ଼ା, ବୌଦ୍ଧ(Boudh) ଓ ସୁବର୍ଣ୍ଣପୁର(Sonepur) ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗର ତତ୍‌ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗରେ ଅଗ୍ରସର ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।
 



COMMERCIAL BREAK
SCROLL TO CONTINUE READING

ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା(Rain) ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ ଯାଜପୁରକୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ବଲାଙ୍ଗିର, ନୂଆପଡ଼ା, ବରଗଡ଼, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡିରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।