Weather Report: ୩ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ଆଲର୍ଟ ଜାରି
Weather Report: ଏଥିସହ ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ,ନୟାଗଡ଼,ଖୋର୍ଦ୍ଧା,କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା,ଭଦ୍ରକ(Bhadrak), ଜଗତସିଂହପୁର(Jagatsinghpur),ବାଲେଶ୍ଵରରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ(Yellow Warning) ଜାରି କରାଯାଇଛି।
Weather Report: ଓଡ଼ିଶାରେ ଜୁନ୍ରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି, ଜୁଲାଇରେ ଦକ୍ଷିଣ ଓଡ଼ିଶା ଏବଂ କେନ୍ଦ୍ରୀୟ ଓଡ଼ିଶାରେ ବର୍ଷା ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ରାଜ୍ୟ ପ୍ରବଳ ବର୍ଷା ହେବା ଆଗାମୀ ଦୁଇ ଦିନ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଜାରି ରହିବା ନେଇ ବିଭାଗ ତରଫରୁ ସୂଚନା ମିଳିଛି। ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼,ଅନୁଗୁଳ(Anugul),ଦେବଗଡ଼, କେନ୍ଦୁଝର,ମୟୂରଭଞ୍ଜ(Mayurbhanj)ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହ ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ,ନୟାଗଡ଼,ଖୋର୍ଦ୍ଧା,କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା,ଭଦ୍ରକ(Bhadrak), ଜଗତସିଂହପୁର(Jagatsinghpur),ବାଲେଶ୍ଵରରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ(Yellow Warning) ଜାରି କରାଯାଇଛି।
ଜ୍ୟରେ ଜୁନ ୧ରୁ ଏପର୍ଯ୍ୟନ୍ତ ୫୦୭.୦ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ଗୋଟିଏ ଜିଲ୍ଲା ମାଲକାନଗିରି(Malkanagiri)ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।