Weather Report: ଦୁର୍ଗା ପୂଜାରେ ବର୍ଷା! ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଏହି ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ
Advertisement
Article Detail0/zeeodisha/odisha2461007

Weather Report: ଦୁର୍ଗା ପୂଜାରେ ବର୍ଷା! ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଏହି ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

Weather Report: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲେ ସୁଦ୍ଧା ଏହାର ପ୍ରଭାବ ଅଧିକ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମାତ୍ର ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ କାଁ-ଭାଁ ସ୍ଥାନରେ ବର୍ଷା ରହିବ।

Weather Report: ଦୁର୍ଗା ପୂଜାରେ ବର୍ଷା! ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଏହି ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

Weather Report: ଭଲରେ କଟିବ ଦୂର୍ଗା ପୂଜା। କାରଣ ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ସେମିତି ବଡ଼ ବର୍ଷା ନାହିଁ। ବଙ୍ଗୋପସାଗର (Bay of Bengal)ରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ନଥିବାରୁ ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର।

ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲେ ସୁଦ୍ଧା ଏହାର ପ୍ରଭାବ ଅଧିକ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମାତ୍ର ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ କାଁ-ଭାଁ ସ୍ଥାନରେ ବର୍ଷା ରହିବ।

ଆଜି ବିଶେଷକରି, ୧୨ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କିଛି ମାତ୍ରାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦାପଡ଼ା, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଏହି ସବୁ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।