Advertisement
Article Detail0/zeeodisha/odisha2293393
Zee OdishaWeatherWeather Report: ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା..

Weather Report: ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା..

Weather Report: ଆଜି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ରାୟଗଡ଼ା, ସୋନପୁର,ନୂଆପଡ଼ା, ନୂଆପଡ଼ାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ,କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Weather Report: ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା..

Weather Report: ଆଜି ରଜ ସଂକ୍ରାନ୍ତି ବା ଦ୍ୱିତୀୟ ରଜ। ଆଜି ପାଗର ଖରା ଛାଇ ଖେଳ ଦେଖିବାକୁ ମିଳିବ। ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା, ପବନ ଡରାଉଥିବା ବେଳେ ଆଉ କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିଛି ତାପମାତ୍ରା। ଏପରି ସ୍ଥଳେ ଆଜି ରାଜ୍ୟର ୧୬ ଟି ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଆଜି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ରାୟଗଡ଼ା, ସୋନପୁର,ନୂଆପଡ଼ା, ନୂଆପଡ଼ାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ,କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆଜି ଠାରୁ ପାଗରେ ପରିବର୍ତ୍ତନ ହେବା ନେଇ ସୂଚନା ଦେଇଛି ବିଭାଗ। ଗ୍ରୀଷ୍ମ ପ୍ରବାହ ସାମାନ୍ୟ କମିବା ସହ କାଳବୈଶାଖୀ ହେବ। ପାଣିପାଗ କେନ୍ଦ୍ର(IMD) ଅନୁସାରେ ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଜୁନ୍ ୧୭ ତାରିଖରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।୧୭ ତାରିଖଠାରୁ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ। ସେପଟେ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଓଡ଼ିଶାକୁ ପହଞ୍ଚି ପାରି ନଥିବା କହିଛି ପାଣିପାଗ ବିଭାଗ।

About the Author