Weather Report: ରାଜ୍ୟରେ ପ୍ରବେଶ କରି ସାରିଛି ମୌସୁମୀ। ଗୁରୁବାର ସୁଦ୍ଧା ପ୍ରାୟ ସମସ୍ତ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଏହାର ପ୍ରଭାବରେ ତମାମ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡିଶାର ବହୁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ଜିଲ୍ଲାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୦ ତାରିଖ ବେଳକୁ ସମସ୍ତ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ବିଭାଗ।


COMMERCIAL BREAK
SCROLL TO CONTINUE READING

ସେପଟେ ଆଜି ରାଜ୍ୟର ୨୧ ଜିଲ୍ଲାରେ ମୌସୁମୀ ଜନିତ ବର୍ଷା ହେବା ନେଇ ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। । ଆଜି ଗଞ୍ଜାମ, ଗଜପତି, ମାଲକାନଗିରି, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ,କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।



ଏହି ସମୟରେ ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି।ମୌସୁମୀ ବାୟୁ ଅଧିକ ସକ୍ରିୟ ହେବା ସହ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୨୧ ତାରିଖରେ ରାଜ୍ୟର ସମସ୍ତ ଅଞ୍ଚଳରେ ତାପମାତ୍ରା ୩୯ ଡିଗ୍ରି ତ‌ଳେ ରହିବ। ୨୨ ଓ ୨୩ ତାରିଖରେ ସର୍ବୋଚ୍ଚ ତାପମାତ୍ରା ୩୫ରୁ ୩୭ ଡିଗ୍ରି ମଧ୍ୟରେ ରହିପାରେ। ୨୪ ତାରିଖରେ ତାପମାତ୍ରା ଆହୁରି କମିବା ସହ ୩୫ ଡିଗ୍ରି ତଳକୁ ଖସିଆସିବ।