Weather Update: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ! ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
Weather Update: ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଶନିବାର ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ।୨୫ ତାରିଖ ବେଳକୁ ଏହା ଅବପାତର ରୂପ ନେବ।
Weather Update: ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଶନିବାର ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ।୨୫ ତାରିଖ ବେଳକୁ ଏହା ଅବପାତର ରୂପ ନେବ। ଓଡି଼ଶା ଉପରେ ଏହାର କୌଣସି ପ୍ରଭାବ ରହିବନି। ତେବେ, ୨୭ ଓ ୨୮ ତାରିଖ ବେଳକୁ ରାଜ୍ୟରେ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୭ ତାରିଖରେ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
୨୮ ରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, କୋରାପୁଟ୍ ଓ ମାଲକାନଗିରିରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତକାଲି ରାଜ୍ୟର ୧୫ ସହର ତାପମାତ୍ରା ୧୫ ଡିଗ୍ରୀ ତଳେ ଥିଲା। ଜି. ଉଦୟଗିରିରେ ତାପମାତ୍ରା ସର୍ବନିମ୍ନ ୮ଡିଗ୍ରୀ ରେକର୍ଡ଼ ହୋଇଛି। ଫୁଲବାଣୀରେ ରାତି ତାପମାତ୍ରା ୧୦ ଡିଗ୍ରୀ ରହିଛି। କୋରାପୁଟ୍ ଓ ଦାରିଙ୍ଗିବାଡିରେ ୧୧, ଭବାନୀପାଟଣା ଓ ଝାରସୁଗୁଡାରେ ୧୨, ରାଉରକେଲାରେ ୧୨.୧, ସୁନ୍ଦରଗଡ଼ ଓ ଅନୁଗୁଳରେ ୧୨.୬, ବଲାଙ୍ଗୀରରେ ୧୩.୨, ରାୟଗଡାରେ ୧୩.୬ ଡିଗ୍ରୀ ରେକର୍ଡ଼ ହୋଇଛି। ଆସନ୍ତା ୪ ଦିନ ଯାଏ ରାଜ୍ୟରେ ରାତିର ତାପମାତ୍ରା ଅପରିବର୍ତ୍ତିତ ରହିବ। ଦିନ ବା ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ୨୭ ତାରିଖ ପରେ ରାତି ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିବ। ଏହାଫଳରେ ଶୀତ ସାମାନ୍ୟ କମିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।