Weather Updates: ୧୫ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
Advertisement
Article Detail0/zeeodisha/odisha2378396

Weather Updates: ୧୫ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ: ରବିବାର ଦିନ ଦିଲ୍ଲୀ-ଏନସିଆରର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେତୁ ପାଗ ସମ୍ପୂର୍ଣ୍ଣ ସୁଖଦ ହୋଇଛି। ଆଜି ବର୍ଷା ପାଇଁ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି। ବର୍ଷା ଯୋଗୁଁ ଦିଲ୍ଲୀର ତାପମାତ୍ରା ମଧ୍ୟ ହ୍ରାସ ପାଇଛି। ବର୍ଷା ଅନେକ ସ୍ଥାନରେ ଯାତାୟାତରେ ବାଧା ସୃଷ୍ଟି କରିଥିବା ବେଳେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି

Weather Updates: ୧୫ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

Weather Updates: ନୂଆଦିଲ୍ଲୀ: ରବିବାର ଦିନ ଦିଲ୍ଲୀ-ଏନସିଆରର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେତୁ ପାଗ ସମ୍ପୂର୍ଣ୍ଣ ସୁଖଦ ହୋଇଛି। ଆଜି ବର୍ଷା ପାଇଁ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି। ବର୍ଷା ଯୋଗୁଁ ଦିଲ୍ଲୀର ତାପମାତ୍ରା ମଧ୍ୟ ହ୍ରାସ ପାଇଛି। ବର୍ଷା ଅନେକ ସ୍ଥାନରେ ଯାତାୟାତରେ ବାଧା ସୃଷ୍ଟି କରିଥିବା ବେଳେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଥିଲା। ଭାରତ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ ରବିବାର ଦିନ ଦିଲ୍ଲୀରେ ମେଘୁଆ ଆକାଶ ଓ ବର୍ଷା ହେବାର ସମ୍ଭାବନା ରହିଛି। ଜାଣନ୍ତୁ କେତେ ରାଜ୍ୟରେ ପାଣିପାଗ ବିଭାଗ ୧୧ ଅଗଷ୍ଟରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ପ୍ରକାଶ କରିଛି।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ୍ କେନ୍ଦ୍ରୀୟ ରାଜଧାନୀ ନୂଆ ଦିଲ୍ଲୀ ପାଇଁ ୟେଲୋ ଆଲର୍ଟ ଜାରି କରି ପାଣିପାଗ ବିଭାଗ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି କି ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଅନୁଯାୟୀ ଉତ୍ତର ପ୍ରଦେଶ, ବିହାରର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଝାଡ଼ଖଣ୍ଡର ୫ଟି ଜିଲ୍ଲାରେ ଭୀଷଣ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପ୍ରବଳ ବର୍ଷା କାରଣରୁ ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ ସହିତ ଏକାଧିକ ରାଜ୍ୟରେ ଭୁସ୍ଖଳନ ଘଟଣା ଗଟିଛି। ଦୁଇଟି ରାଜ୍ୟରେ ଭୁସ୍ଖଳନ ଫଳରେ ଏକାଧିକ ଜନଜୀବନ ପ୍ରଭାବିତ ହୋଇଛି। ହିମାଚଳ ପ୍ରଦେଶରେ ୧୦୦ରୁ ଅଧିକ ସ୍ଥାନରେ ଯାତାୟତ ପ୍ରଭାବିତ ହୋଇଛି। 

୧୫ ଅଗଷ୍ଟ ପର୍ଯ୍ୟନ୍ତ ଏହି ସବୁ ରାଜ୍ୟରେ ବର୍ଷା ଆଶଙ୍କା
ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ରାଜସ୍ଥାନ, ପଶ୍ଚିମବଙ୍ଗର ଗାଙ୍ଗେୟ ହିମାଳୟ ଅଞ୍ଚଳ, ସିକ୍କିମ, ଓଡିଶା, ନାଗାଲାଣ୍ଡ, ମଣିପରୁ, ମିଜୋରାମ, ତ୍ରିପୁରା, କୋଙ୍କଣ, ଗୋଆ, ମଧ୍ୟ ମହାରାଷ୍ଟ୍ର, ଗୁଜୁରାଟର ଭିନ୍ନ ଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ୧୫ ଅଗଷ୍ଟ ପର୍ଯ୍ୟନ୍ତ ଉତ୍ତରାଖଣ୍ଡ ଓ ରାଜସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ଆକଳନ କରାଯାଇଛି। ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି।