Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ। ଦକ୍ଷିଣ ଓଡିଶାରେ ଭାରି ବର୍ଷାହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Trending Photos
Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ। ଦକ୍ଷିଣ ଓଡିଶାରେ ଭାରି ବର୍ଷାହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡି଼ଶାର ୫ ଜିଲ୍ଲାରେ ୯ରୁ ୧୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗର ଆକଳନ କହୁଛି, ଆଜି ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, କଳାହାଣ୍ତି, ବଲାଙ୍ଗୀର, ରାୟଗଡା, ଗଂଜାମ ଓ ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ।
Rainfall (in mm) recorded at 17:30Hrs IST of Dated- 04/09/2024 pic.twitter.com/axKRPkdtYG
— Meteorological Centre, Bhubaneswar (@mcbbsr) September 4, 2024
ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭ ରହିବ ଆଜିର ଦିନ, ବ୍ୟବସାୟରେ ମିଳିବ ସଫଳତା ସାଙ୍ଗକୁ...
ALSO READ: Puri News: ଶ୍ରୀମନ୍ଦିରରେ ଆଜି ପାଳନ ହେବ ନିକୁଞ୍ଜ ଲୀଳା
ସେହିପରି ଆସନ୍ତାକାଲି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡା, କୋରାପୁଟ୍, ନବରଙ୍ଗପୁର, କଳାହାଣ୍ତି ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ। ସେହିପରି, ୭ ଓ ୮ ତାରିଖରେ ଉପକୂଳ ଓଡି଼ଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର ଦିଗରେ ଗତି କରିବ। କ୍ରମଶଃ ଏହା ଓଡି଼ଶାରେ ପ୍ରଭାବ ପକାଇବ। ୧୦ ତାରିଖ ସୁଧା ଏହା ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ପହଞ୍ଚିବ। ୯,୧୦,୧୧ ତାରିଖରେ ରାୟଗଡା,ମାଲକାନଗିରି , କୋରାପୁଟ୍, ନବରଙ୍ଗପୁର ଓ ନୂଆପଡାରେ ଭାରି ବର୍ଷା ହେବ। ଏବଂ ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା ଓ ଭଦ୍ରକରେ କମ୍ ବର୍ଷା ହେବ। ଲଘୁଚାପର ୭ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ହେବନି।