Weather Update: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
Advertisement
Article Detail0/zeeodisha/odisha2404789

Weather Update: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Weather Update: ରାଜ୍ୟରେ ଜାରି ରହିଛି ବର୍ଷା । କାହିଁକିନା ଗତକାଲି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆଜି ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି।  

Weather Update: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Weather Update: ରାଜ୍ୟରେ ଜାରି ରହିଛି ବର୍ଷା । କାହିଁକିନା ଗତକାଲି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆଜି ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି।  ଏ-ହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ  ଦିଗକୁ  ଗତି କରିବ।  ଏହା ପରେ ଦକ୍ଷିଣ ଓଡି଼ଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଆସନ୍ତା ୨ ଦିନରେ ପହଞ୍ଚିବା ଫଳରେ  ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ।  ଲଘୁଚାପ ପ୍ରଭାବର ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। 

ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ରାଜ୍ୟରେ ୩୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏ-ନେଇ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  ଏହି ୪ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା। ଏହାସହ ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଖୋର୍ଦ୍ଧା , ରାୟଗଡ଼ା, ଗଜପତି ଓ ଗଞ୍ଜାମ।