Weather Update: ୨୯ରେ ଆଉ ଏକ ଲଘୁଚାପ
Advertisement
Article Detail0/zeeodisha/odisha2401773

Weather Update: ୨୯ରେ ଆଉ ଏକ ଲଘୁଚାପ

Weather Update: ଗାଙ୍ଗେୟ ପଶ୍ଚିମ ବଙ୍ଗ ଉପରେ ରହିଥିବା ଲଘୁଚାପ ଘନୀଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି ପଶ୍ଚମବଙ୍ଗ-ଉତ୍ତର ଓଡ଼ିଶା ଦେଇ ଝାଡଖଣ୍ଡ ମୁହାଁ ହେବ । ଯଦିଓ ବର୍ତ୍ତମାନ ଏହା ଓଡ଼ିଶାଠାରୁ ଦୂରେ ରହିଛି, ତେବେ ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । 

Weather Update: ୨୯ରେ ଆଉ ଏକ ଲଘୁଚାପ

Weather Update: ଗାଙ୍ଗେୟ ପଶ୍ଚିମ ବଙ୍ଗ ଉପରେ ରହିଥିବା ଲଘୁଚାପ ଘନୀଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି ପଶ୍ଚମବଙ୍ଗ-ଉତ୍ତର ଓଡ଼ିଶା ଦେଇ ଝାଡଖଣ୍ଡ ମୁହାଁ ହେବ । ଯଦିଓ ବର୍ତ୍ତମାନ ଏହା ଓଡ଼ିଶାଠାରୁ ଦୂରେ ରହିଛି, ତେବେ ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସେହିପରି ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । 

ALSO READ : Today Horoscope: ଏହିସବୁ ରାଶିଙ୍କ ପାଇଁ ମଙ୍ଗଳମୟ ହେବ ମଙ୍ଗଳବାର, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଆଜିର ଦିନ?

ସମ୍ଭାବ୍ୟ ଲଘୁଚାପ ନେଇ ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଯୋଗୁଁ ୩୦ ତାରିଖରୁ ବର୍ଷାର ପ୍ରଭାବ ଆହୁରି ବୃଦ୍ଧି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏଥିପାଇଁ ଆସନ୍ତା ସେପ୍ଟେମ୍ୱର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି ।  କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଅନୁଯାୟୀ ଆଜି ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ।