Weather Update: ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
Advertisement
Article Detail0/zeeodisha/odisha2333606

Weather Update: ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଗୁଳୁଗୁଳି ସହ ମୌମୁମୀ ଜନିତ ବର୍ଷା ଲାଗି ରହିଛି। ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।  ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। 

Weather Update: ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଗୁଳୁଗୁଳି ସହ ମୌମୁମୀ ଜନିତ ବର୍ଷା ଲାଗି ରହିଛି। ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।  ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟର ସମସ୍ତ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଣିପାଗ କେନ୍ଦ୍ର ପକ୍ଷରୁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।  ସେହି ଜିଲ୍ଲା ଗୁଡିକ ହେଲା  ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ , ମୟୂରଭଂଜ ଓ କେନ୍ଦୁଝର।

ALSO READ: Today Horoscope: ଏହି ସବୁ ରାଶିଙ୍କ ପାଇଁ ଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର ?

ଆଜିଠାରୁ ସୋମବାର ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି, କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ମାଲକାନଗିରି, କୋରାପୁଟ୍,  ଗଜପତି,ରାୟଗଡା, କନ୍ଧମାଳ, ମୟୂରଭଂଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ।  ଉପକୂଳ ଓଡି଼ଶାର କିଛି ସ୍ଥାନରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଚଳିତ ମାସରେ ବଙ୍ଗୋପସାଗରରେ ଦ୍ବୀତିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ। ରାଜ୍ୟକୁ ଜୁନ୍ ୮ରୁ ମୌମୁମୀ ବାୟୁ ଛୁଇଁଥିଲେ ମଧ୍ୟ ଏବେବି ରାଜ୍ୟରେ ଅଭାବି ବର୍ଷା ରେକର୍ଡ଼ ହୋଇଛି।