Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆସୁଛି ଆଉ ଏକ ବର୍ଷା । ଦକ୍ଷିଣ ବାଂଲାଦେଶ  ଓ ସଂଲଗ୍ନ ଗୋଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। 


COMMERCIAL BREAK
SCROLL TO CONTINUE READING

ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?


 




ସେପଟେ, ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।  ଆସନ୍ତା ୩ ଦିନଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୫ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ ଓ ସମ୍ବଲପୁର । ସେହିପରି ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।