Weather Update: ୫ରୁ ପୁଣି ବର୍ଷା
Advertisement
Article Detail0/zeeodisha/odisha2412192

Weather Update: ୫ରୁ ପୁଣି ବର୍ଷା

Weather Update: ଆସନ୍ତା ୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ପ୍ରଭାବରେ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢ଼ିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଲଘୁଚାପ ଯୋଗୁଁ ଦକ୍ଷିଣ ଓଡ଼ିଶାରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବ । 

Weather Update: ୫ରୁ ପୁଣି ବର୍ଷା
Weather Update: ଆସନ୍ତା ୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ପ୍ରଭାବରେ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢ଼ିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଲଘୁଚାପ ଯୋଗୁଁ ଦକ୍ଷିଣ ଓଡ଼ିଶାରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବ । ବର୍ଷା ଆଗାମୀ ୮ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ।
 
 
କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମୁଖ୍ୟତଃ ଶୁଖିଲା ପାଗ ରହିବ । ୫ ତାରିଖରେ ପାଗରେ ପରିବର୍ତ୍ତନ ଆସିବା ସହ ସେହିଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଅନୁଭୂତ ହେବ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୬ ପାଇଁ ମଧ୍ୟ ବିଭିନ୍ନ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି ହୋଇଛି ।  ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ସ୍ୱାଭାବିକ ବର୍ଷା ୯୩୧. ୯ ମିମି ତୁଳନାରେ ୮୩୭.୬ ମିମି ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକଠାରୁ ୧୦ ପ୍ରତିଶତ ନିଅଣ୍ଟିଆ ରହିଛି । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।