Weather Updates: ଭୁବନେଶ୍ୱର: ଆସନ୍ତା କାଲି ଅର୍ଥାତ ୬ ଜୁଲାଇ ୨୦୨୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଓ ଏହା ସଂଲଗ୍ନ ଓଡ଼ିଶାରେ ଘୂର୍ଣ୍ଣି ବଳୟ ସୃଷ୍ଟି ହେବ। ୭ ତାରିଖରେ ଏହା ଲଘୁଚାପ ରୂପ ନେବ। ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୮ ଓ ୯ ତାରିଖରେ ଉତ୍ତର ଉପକୂଳ ବି ବର୍ଷିବ ବୋଲି ବରିଷ୍ଠ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦୁଝର. ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। 


COMMERCIAL BREAK
SCROLL TO CONTINUE READING

ପାଣିପାଗ ବିଭାଗ ଅନୁଯାୟୀ ଅନ୍ୟ ଜିଲ୍ଲା ଗୁଡିକରେ କାଳବୈଶାଖୀ ପ୍ରଭାବ ରହିବ। ୭ ତାରିଖରେ କଟକ ବୌଦ୍ଧ ଢେଙ୍କାନାଳ, ଅନୁଗୋଳ , ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଓ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ୮ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭବା ରହିବ। ୫ ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳରିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଚି। 


 



ସେହିପରି ଦୁଇ ଦିନ ଧରି ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ୬ ଓ ୭ ତାରିଖରେ ସୁନ୍ଦରଗଡ଼ ଠାରୁ ସମ୍ବଲପୁର ପର୍ଯ୍ୟନ୍ତ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସୁନ୍ଦରଗଡ଼ ଓ ଏହାର ଆଖପାଖ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ବାଲେଶ୍ୱରରୁ ସୁନ୍ଦରଗଡ଼ ପର୍ଯ୍ୟନ୍ତ ସଂଲଗ୍ନ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୮ ଓ ୯ ତାରିଖରେ ଉତ୍ତର ଉପକୂଳର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହୋଇପାରେ। ପଶ୍ଚିମ ୱଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। 


୧୦ ଓ ୧୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼ରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। କିନ୍ତୁ କେନ୍ଦ୍ରପଡ଼ାରୁ ଗଞ୍ଜାମ ପର୍ଯ୍ୟନ୍ତ ଉପକୂଳ ଅଞ୍ଚଳରେ କମ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଗଜପତି, ଅବିଭକ୍ତ କୋରାପୁଟ, ନୟାଗଡ଼ ଓ ଢେଙ୍କାନାଳରେ ଆସନ୍ତା ୭ ଦିନ ଯାଏ ବର୍ଷା କମ ରହିବ। ସୋମବାର ଭୁବନେଶ୍ୱରରେ ଦିନ ବେଳା ତାପମାତ୍ରା ବଢିପାରେ। ସେହିପରି ପାଣିପାଗ ବିଭାଗ କହୁଛି କି କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, ନୟାଗଡ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରରେ ୭୦ ରୁ ୧୧୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି।