ସମ୍ବିଧାନକୁ ମାନି ଚଳିବା ଏବଂ ଏହାର ଆଦର୍ଶ ଓ ଆନୁଷ୍ଠାନମାନଙ୍କୁ ଏବଂ ଜାତୀୟ ପତାକା ଓ ଜାତୀୟ ସଙ୍ଗୀତକୁ ସମ୍ମାନ ପ୍ରଦର୍ଶନ କରିବା ;

Aug 14, 2023, 03:20 PM IST

Priyambada Rana

ଯେଉଁସବୁ ମହନୀୟ ଆଦର୍ଶ ଆମ ଜାତୀୟ ସ୍ଵାଧୀନତା ସଂଗ୍ରାମକୁ ଅନୁପ୍ରାଣିତ କରିଥିଲେ , ତାହାକୁ ସ୍ମରଣ ଓ ଅନୁସରଣ କରିବା ;

ଭାରତର ସାର୍ବଭୌମତ୍ଵ, ଏକତା ଓ ସଂହତି ବଜାୟ ଏବଂ ସୁରକ୍ଷିତ ରଖିବା   ;

ଦେଶର ପ୍ରତିରକ୍ଷା କରିବା ଓ ଆବଶ୍ୟକ ସ୍ଥଳେ ଜାତୀୟ ସେବା ପ୍ରଦାନ କରିବା ;

ର୍ମଗତ , ଭାଷାଗତ ଏବଂ ଆଞ୍ଚଳିକ କିମ୍ବା ଗୋଷ୍ଠୀଗତ ବିଭିନ୍ନତାକୁ ଅତିକ୍ରମ କରି ଭାରତର ଜନସାଧାରଣଙ୍କ ମଧ୍ୟରେ ଐକ୍ୟ ଓ ଭ୍ରାତୃଭାବ ପ୍ରତିଷ୍ଠା କରିବା ଏବଂ ନାରୀଜାତିର ମର୍ଯ୍ୟାଦାହାନି ସୂଚକ ବ୍ୟବହାର ପରିତ୍ୟାଗ କରିବା ;

ଆମର ସଂସ୍କୃତିର ମୂଲ୍ୟବାନ ଐତିହ୍ୟକୁ ସମ୍ମାନ ପ୍ରଦର୍ଶନ ଓ ସଂରକ୍ଷଣ କରିବା ;

ଅରଣ୍ୟ , ହ୍ରଦ, ନଦୀ , ବନ୍ୟପ୍ରାଣୀ ସମେତ ପ୍ରାକୃତିକ ପରିବେଶର ସୁରକ୍ଷା ଓ ଉନ୍ନତି କରିବା ଏବଂ ଜୀବଜଗତ ପ୍ରତି ଅନୁକମ୍ଫା ପ୍ରଦର୍ଶନ କରିବା   ; 

ବୈଜ୍ଞାନିକ ମନୋଭାବ, ମାନବବାଦ ଏବଂ ଅନୁସିନ୍ଧିତ୍ସା ଓ ସଂସ୍କାର ମନୋଭାବ ପୋଷଣ କରିବା ;

ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା କରିବା ଓ ହିଂସାଭାଗ ପରିତ୍ୟାଗ କରିବା  

ବ୍ୟକ୍ତିଗତ ଓ ସମଷ୍ଟିଗତ କାର୍ଯ୍ୟାବଳିର ପ୍ରତ୍ୟେକ କ୍ଷେତ୍ରରେ ଉତ୍କର୍ଷ ସାଧନ କରିବା , ଯାହା ଦ୍ଵାରା ଆମ ଦେଶ ପ୍ରଚେଷ୍ଟା ଓ କୃତିତ୍ଵର ଉଚ୍ଚତମ ସୋପାନକୁ ଅବିରତି ଉନ୍ନତି କରିପାରିବ 

 ମାତା ବା ପିତା ବା ଅଭିଭାବକ , ତାଙ୍କର ଛଅ ବର୍ଷରୁ ଚଉଦ ବର୍ଷ ବୟସ ମଧ୍ୟରେ ଥିବା ସନ୍ତାନ ବା ପାଳିତଙ୍କୁ ଶିକ୍ଷାଲାଭ ସୁଯୋଗ ଯୋଗାଇବେ