Pana Sankranti 2024: ଆଜି ପଣା ସଂକ୍ରାନ୍ତି ,ଜାଣନ୍ତୁ ଏହାର ମାହାତ୍ମ୍ୟ

Apr 14, 2024, 01:08 PM IST

Narmada Behera

ଆଜି ପଣା ସଂକ୍ରାନ୍ତି ।

ଏହି ଦିନ ଘରେ ଘରେ ପଣା ଭୋଗ ହୋଇ ତୁଳସୀ ଗଛରେ ଅର୍ପଣ କରାଯାଇଥାଏ । 

ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ ।

ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ ।

ଏହି ସମୟରେ ପ୍ରଖର ଗ୍ରୀଷ୍ମ ପ୍ରବାହ ହେତୁ ଖାଦ୍ୟ ଶୀଘ୍ର ହଜମ ହୋଇଯାଏ । 

ଏଣୁ ଗୁରୁଖାଦ୍ୟ ରୂପେ ଛତୁଆ ଏପରିକି ବେଲକୁ ପଣାରେ ମଧ୍ୟ ବ୍ୟବହୃତ କରିବାର ବ୍ୟବସ୍ଥା ରହିଛି । 

ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟ ଛତୁଆ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ ।

ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି ।

 ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁଆ ଓ ପଣା ଭୋଗର ବିଧି ରହିଛି । 

ଏହି ପରମ୍ପରା କାହିଁ କେଉଁ କାଳରୁ ଚାଲି ଆସୁଛି।