V.K Pandian: ଜଗା ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ତିଆନ୍
Advertisement
Article Detail0/zeeodisha/odisha2013293

V.K Pandian: ଜଗା ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ତିଆନ୍

V.K Pandian: ଶନିବାର ପୁରୀ (Puri) ଗସ୍ତ କରିଛନ୍ତି ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ତିଆନ୍ (V.K Pandian) । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ (Srimandir Parikrama Project) କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ।

ସୌ(ସୋସିଆଲ ମିଡିଆ)

ସୂଚନାଯୋଗ୍ୟ, ଆଜି ଭୋର ସମୟରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ତିଆନ୍ (V.K Pandian) । ଏହାପରେ ସେ ଶ୍ରୀମନ୍ଦିର (Srimandir) ଚାରିପଟେ ବୁଲି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିବା ସହ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ସେହିପରି ଶ୍ରୀ ମାର୍ଗ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଧ୍ଯ ଅନୁଧ୍ୟାନ କରିଥିଲେ । ଏହାସହ ଶ୍ରୀମନ୍ଦିର ନିକଟରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ନିର୍ମାଣ ହେଉଥିବା ଏସି ଟନେଲ (AC Tunnel) କାର୍ଯ୍ୟର ମଧ୍ଯ ସମୀକ୍ଷା କରିଥିଲେ । ସେହିପରି ଶ୍ରୀମନ୍ଦିର କାର୍ଯ୍ୟାଳୟ (Sri Mandir Office) ତଳେ ନିର୍ମାଣ ହେବାକୁ ଥିବା ବିଶ୍ରାମସ୍ଥଳୀ ବୁଲି ଦେଖିଥିଲେ । ବଡ଼ଦାଣ୍ଡରେ (Badadanda) ନିର୍ମାଣ ହେଉଥିବା ଏସି ଟନେଲ ଚଲାପଥ ଦେଇ ଶ୍ରଦ୍ଧାଳୁମାନେ ଆସିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ତଳେ କରାଯାଉଥିବା ବିଶ୍ରାମ ଗୃହରେ ଅବସ୍ଥାନ କରିବେ ।

Also Read- Puri: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍ଦଘାଟନ ନେଇ ଯିବ ନିମନ୍ତ୍ରଣ ପତ୍ର

ସେହିପରି ଶ୍ରୀମନ୍ଦିର ନିକଟରେ ଗତ ସପ୍ତାହରେ ଅଧିଗ୍ରହଣ ହୋଇଥିବା ନରେନ୍ଦ୍ର ମହଲା ଜମିରେ ଏକ ପାର୍କିଂ ନିର୍ମାଣ ସମ୍ପର୍କରେ ମଧ୍ୟ ବୁଲି ସମୀକ୍ଷା କରିଛନ୍ତି । ପୁରୀ ଜିଲ୍ଲାପାଳ, ଏସପି, ଉପ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ରହି 5T ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ।