ଶଙ୍ଖ ଭବନରେ ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2104368

ଶଙ୍ଖ ଭବନରେ ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ବିମାନ ବନ୍ଦରରେ ପହଞ୍ଚିବା ପରେ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀରକୁ ପ୍ରଥମେ ବିଜେଡି ପାର୍ଟି ଅଫିସ ଏବଂ ପରେ ଶଙ୍ଖ ଭବନକୁ ନିଆଯାଇଥିଲା । ଅନେକ ବରିଷ୍ଠ ନେତା ସୁଜ୍ଞାନ କୁମାରୀଙ୍କ ଶେଷ ଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପ ପ୍ରଦାନ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଆସନ୍ତାକାଲି ଖଲ୍ଲିକୋଟରେ ରାଜ ପରିବାର ଶ୍ମଶାନ ଘାଟରେ ରାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

ଶଙ୍ଖ ଭବନରେ ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଖଲ୍ଲିକୋଟର ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ମରଶରୀରକୁ ଏକ ସ୍ୱତନ୍ତ୍ର ବିମାନରେ ଚେନ୍ନାଇରୁ ଭୁବନେଶ୍ୱର ବିମାନ ବନ୍ଦରକୁ ଅଣାଯାଇଛି । ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କ ପାର୍ଥିବ ଶରୀରକୁ ପ୍ରଥମେ ବିଜେଡି ପାର୍ଟି ଅଫିସ ଏବଂ ପରେ ଶଙ୍ଖ ଭବନକୁ ନିଆଯାଇଥିଲା । ଅନେକ ବରିଷ୍ଠ ନେତା ସୁଜ୍ଞାନ କୁମାରୀଙ୍କ ଶେଷ ଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପ ପ୍ରଦାନ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଆସନ୍ତାକାଲି ଖଲ୍ଲିକୋଟରେ ରାଜ ପରିବାର ଶ୍ମଶାନ ଘାଟରେ ରାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

ସୂଚନାଯୋଗ୍ୟ, ଗତକାଲି ରାତି ୧୨ଟା ୪୪ ମିନିଟ ସମୟରେ ୮୭ ବର୍ଷ ବୟସରେ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଥିଲା। ପୂର୍ବରୁ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯାଉଥିଲା ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ପ୍ରଥମେ ଉତ୍କଳ କଂଗ୍ରେସରୁ ପରେ ଜନତା ପାର୍ଟି ଏବଂ ବିଜୁ ଜନତା ଦଳରୁ ସମୁଦାୟ ୧୦ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସୁଜ୍ଞାନ କୁମାରୀ । ତାଙ୍କ ମୃତ୍ୟୁରେ ଅନେକ ବରିଷ୍ଠ ରାଜନେତା ଶୋକ ପ୍ରକାଶ କରିଛନ୍ତି ।

Also Read- ଟିଭି ଦେଖିବା ସମୟରେ ଫାଟିଲା ଗ୍ୟାସ ସିଲିଣ୍ଡର, ୬ ଗୁରୁତର

Also Read- Keshav Maharaj: ପ୍ରଭୁ ଶ୍ରୀରାମଙ୍କ ଦର୍ଶନ କରିବାକୁ ଚାହୁଁଛନ୍ତି ବିଦେଶୀ କ୍ରିକେଟର୍